Heavy rain Fall
ଭୁବନେଶ୍ୱର: ୨୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର ଓ ସୁବର୍ଣ୍ଣପୁରକୁ ୱାର୍ଣ୍ଣିଂ । ଏହାସହ ଆଉ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଗଞ୍ଜାମ, ଦେବଗଡ଼, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଅନୁମାନ କରିଛି ।
ଅନ୍ୟପଟେ ବଙ୍ଗୋପସାଗରରେ ଲଗାତର ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ସୂଚନା ମିଳିଛି । ଗୁରୁବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।
Also Read
ଭୁବନେଶ୍ୱର ମେଟ ସେଣ୍ଟର ଟୁଇଟରୁ ମିଳିଥିବା ସୂଚନା ଅନୁଯାୟୀ, ଗତକାଲିର ସାଇକ୍ଲୋନିକ୍ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ଆଜି ଏକ ଲୋ ପ୍ରେସର ଏରିଆ ସୃଷ୍ଟି ହୋଇଛି ।
ଏହା ବ୍ୟତୀତ ଆସନ୍ତା ୨୭ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୬ ଓ ୨୭ ବେଳକୁ ପୂର୍ବ, ଉତ୍ତରପଶ୍ଚିମ ଭାରତରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1626959286.jpg)


