• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିବ ବର୍ଷା । କିଛି ଜିଲ୍ଲାରେ ଛେଚିବ ପ୍ରବଳରୁ ଅତି ପ୍ରବଳ ବର୍ଷା । ଆସନ୍ତାକାଲି ସକାଳ ଯାଏଁ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାକୁ ସତର୍କ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅଗଷ୍ଟ ୧ ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଛି । ପୁରୀ, ଜଗତସିଂହପୁର, ଢେଙ୍କାନାଳ,  ଅନୁଗୁଳ ଓ ସମ୍ବଲପୁର କୁ ସତର୍କ ସୂଚନା ଦେଇଛି ବିଭାଗ ।

ଏହି ସବୁ ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନ ମଧ୍ୟ ବିଭିନ୍ନ ଜିଲ୍ଲା ଜାରି ରହିବ ପ୍ରବଳ ବର୍ଷା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନରେ ୧୦୦ ମି.ମି.ରୁ ଅଧିକ ବୃଷ୍ଟିପାତ ହୋଇଥିବା ଜଣାପଡ଼ିଛି ।

  • Reported by:
  • ARACHANA SATPATHY