Advertisment

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ; ୯ ଜିଲ୍ଲାକୁ ୟେଲୋ ଆଲର୍ଟ

ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।

author-image
Manoranjan Behera
Monsoon

Monsoon

ସାରା ରାଜ୍ୟରେ ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱରକୁ ଆଜି ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି। ମୌସୁମୀ ସକ୍ରିୟ ଯୋଗୁଁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ୨୬ରୁ ବଢ଼ିବ ବର୍ଷାର ପରିମାଣ। ଏନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି।

ଏହାପରେ ୨୬ରୁ ପୁଣି ବଢିବ ବର୍ଷାର ପରିମାଣ। ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ସେପଟେ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି। ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି।

Advertisment

ପୁରୀରେ ସ୍ୱାଭାବିକ ଠାରୁ ସର୍ବାଧିକ ୭୧% କମ୍ ବର୍ଷା ରେକର୍ଡ ହୋଇଥିବା ବେଳେ ୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ସେପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି। ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ବନ୍ୟା ପରିଚାଳନା ନୀତି, ମହାନଦୀ ରିଜୁଭେନେସନ୍, ଜଳ ସଂରକ୍ଷଣ ନୀତି ଏବଂ ଆନ୍ତଃ ନଦୀ ଜଳପଥର ଉନ୍ନତି ପାଇଁ କମିଟି ଗଠନ ହେବ। ଏହି କମିଟି ଗଠନ କରି ୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ବନ୍ୟା ନିୟନ୍ତ୍ରଣ ପାଇଁ ନଦୀବନ୍ଧ ସୁଦୃଢ଼ୀକରଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

Heavy Rainfall Alert Weather Monsoon
Advertisment
Advertisment