• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ନିକଟ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟ ରହିଛି । ଏହା ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷ ହେବ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଚେତାବନୀ ଜାରି ହୋଇଥିବା ୧୩ ଜିଲ୍ଲା ମଧ୍ୟରେ ଅଛି ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳ । ସେଗୁଡ଼ିକ ହେଲା ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ଝାରସୁଗୁଡା, ବରଗଡ, ନୂଆପଡ଼ା, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ ।

ଲଘୁଚାପ ଜନିତ ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । ସହରାଅଞ୍ଚଳରେ ତୀବ୍ର ବର୍ଷା ସମୟରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ । ମାଟି ଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି ।

  • Reported by:
  • ARACHANA SATPATHY