Advertisment

Intense Odisha Heatwave Warning: ୩ ଦିନ ତାତିରୁ ନାହିଁ ତ୍ରାହି; ଆଜି ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୩ ଦିନ ଯାଏ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଆଜି ପାଇଁ ୧୩ ଜିଲ୍ଲାକୁ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
weather

weather

ଆହୁରି କଲବଲ କରିବ ଗରମ ସାଙ୍ଗକୁ ଗୁଳୁଗୁଳି। ତତଲା କଡ଼େଇରେ ଭାଜି ହେବେ ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ଲୋକେ; ଆହୁରି ବଢିବ ତାତି!

ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ଆଗାମୀ ୩ ଦିନ ଯାଏ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଆଜି ପାଇଁ ୧୩ ଜିଲ୍ଲାକୁ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ଚେତାବନୀ ଜାରି ହୋଇଛି। ଗତକାଲି ୧୯ ସହରରେ ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରେକର୍ଡ ହୋଇଥିଲା । ୪୩.୨ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା ସମ୍ବଲପୁର ।

Advertisment

ଅନ୍ୟପକ୍ଷରେ ପ୍ରଚଣ୍ଡ ଖରା ବେଳେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଅଧିକ ପଢ଼ନ୍ତୁ: ଆଜିଠୁ ପାରଦ ଉପରମୁହାଁ; ବଢ଼ିବ ତାତି

Weather Odisha Weather Weather Update
Advertisment
Advertisment