weather
ଆହୁରି କଲବଲ କରିବ ଗରମ ସାଙ୍ଗକୁ ଗୁଳୁଗୁଳି। ତତଲା କଡ଼େଇରେ ଭାଜି ହେବେ ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।
ଅଧିକ ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ଲୋକେ; ଆହୁରି ବଢିବ ତାତି!
ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ଆଗାମୀ ୩ ଦିନ ଯାଏ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଆଜି ପାଇଁ ୧୩ ଜିଲ୍ଲାକୁ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିଭଳି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ଚେତାବନୀ ଜାରି ହୋଇଛି। ଗତକାଲି ୧୯ ସହରରେ ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରେକର୍ଡ ହୋଇଥିଲା । ୪୩.୨ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା ସମ୍ବଲପୁର ।
ଅନ୍ୟପକ୍ଷରେ ପ୍ରଚଣ୍ଡ ଖରା ବେଳେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/weather_1747016908.jpg)