Advertisment

ଆଜି ଏହିସବୁ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା, ରୁହନ୍ତୁ ସତର୍କ...

ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert For Odisha

Rain Alert For Various Districts of Odisha

ପଶ୍ଚିମରେ ତାତି, ଉପକୂଳକୁ ୟେଲୋ ୱାର୍ଣ୍ଣିଂ। ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। 

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା , ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ମୟୂରଭଂଜ। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ଯାଏ ମଧ୍ୟ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ସେପଟେ ଆଗାମୀ କିଛି ଦିନ ଯାଏ ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ହେବନାହିଁ। ତେବେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ରୁ ୪୩ ଡ଼ିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Weather Update Rain Alert Rain In Odisha
Advertisment
Advertisment