Advertisment

୩ ଦିନ ଯାଏ ବର୍ଷା ! ଆଜି ଏହିସବୁ ଜିଲ୍ଲାରେ ବର୍ଷିପାରେ...

ଗତକାଲି ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rain In Odisha

Rain In Odisha

ଗତ କିଛିଦିନ ହେବ ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗତକାଲି ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ରାଜସ୍ଥାନରୁ ତେଲେଙ୍ଗାନା ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍ ରହିଛି। ଏହାର ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ‌ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।   

Advertisment

ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆଉ କିଛି ଜିଲ୍ଲାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି ମଧ୍ୟ ଉପକୂଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବାବେଳେ ନୂଆବର୍ଷରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପକ୍ଷେ, ଅଦିନିଆ ବର୍ଷା ଯୋଗୁ ପନିପରିବା ଫସଲ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷା ଓ କୁଆପଥର ମାଡ଼ ହୋଇଛି। ଏଥିରେ ବ୍ୟାପକ ପନିପରିବା ଫସଲ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ଖଳାରେ ଓ ମଣ୍ଡିରେ ପଡ଼ି ରହିଥିବା ଧାନ ମଧ୍ୟ ଓଦା ହୋଇଯାଇଥିବାରୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି।  

Advertisment

ଗତକାଲି ରାତିରେ ହଠାତ୍ ବର୍ଷା ପବନ ହେବା ସହ କୁଆପଥର ମାଡ଼ ହୋଇଥିଲା। ପ୍ରାୟ ଅଧଘଣ୍ଟା ଧରି ଏହା ଜାରି ରହିଥିଲା। ବିଭିନ୍ନ ଅଞ୍ଚଳରେ ଝଡ଼ ବର୍ଷା ମଧ୍ୟ ହୋଇଥିବା ଦେଖିବାକୁ ମିଳିଥିଲା। ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ମଧ୍ୟ ପାଗରେ ପରିବର୍ତ୍ତନ ଦେଖା ଦେଇଛି। ଗତକାଲି ରାତି ୯ଟାରୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ଜୋରରେ ପବନ ମଧ୍ୟ ବହିଥିଲା। ପରେ କିଛି ସମୟ ଧରି ବର୍ଷା ଲାଗି ରହିଥିଲା। 

Rain In Odisha Rain Alert In Odisha
Advertisment
Advertisment