Advertisment

ପଶ୍ଚିମା ଝଡ଼ ପ୍ରଭାବରେ ଫେବ୍ରୁଆରୀ ୩ରୁ ବର୍ଷା !

ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ୧୦ ଡିଗ୍ରୀ ତଳେ ରହିଛି ୧୦ ସହର।

ଅଦ୍ୟତନ ହୋଇଛି
undefined

rain alert

Advertisment

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୩ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ଆସନ୍ତା ୩ରୁ ବର୍ଷା ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ଉତ୍ତର ଆଭ୍ୟନ୍ତରୀଣ ଏବଂ ସୋନପୁର ଜିଲ୍ଲାର କିଛି କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

Advertisment

ତେବେ ଆଗାମୀ ୩ରୁ ୪ଦିନ ରାଜ୍ୟରେ ପାଣିପାଗ ମୁଖ୍ୟତଃ ଶୁଷ୍କ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେପଟେ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ୧୦ ଡିଗ୍ରୀ ତଳେ ରହିଛି ୧୦ ସହର।

Advertisment

ଉତ୍ତର-ପଶ୍ଚିମ ଦିଗରୁ ପ୍ରବେଶ କରୁଥୁବା ଥଣ୍ଡା ଓ ଶୁଷ୍କ ବାୟୁ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୩୧ ତାରିଖ ପରଠାରୁ ତାପମାତ୍ରା ବଢିବ। ସେହିପରି ଘନକୁହୁଡି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisment
Weather Forecast Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ