Rain Alert
ଆସନ୍ତା ୨୧ରୁ ୩ ଦିନ ଧରି ବର୍ଷା ସମ୍ଭାବନା। ୨୧ରୁ ୨୩ ତାରିଖ ଯାଏଁ କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ୨୧ ତାରିଖରେ ରାୟଗଡ଼ା, ଗଂଜାମ ଏବଂ ଗଜପତି ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଂଜରେ ହୋଇପାରେ ବର୍ଷା।
୨୩ ତାରିଖରେ ମଧ୍ୟ ଉପକୂଳବର୍ତ୍ତି ଓଡ଼ିଶା ସମେତ ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଯେଉଁ ଲଘୁଚାପ କ୍ଷେତ୍ରଟି ଥିଲା ତାହା ପୂର୍ବ-ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୁତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।
ଏହା ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହା ୨୧ ତାରିଖ ବେଳକୁ ଏକ ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Rain_Alert_1647690529.jpg)