Rain Alert in Odisha Orange Warning For Various Districts
ଛେଚିବ କାଳବୈଶାଖୀ ବର୍ଷା ! ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ଼ ହୋଇପାରେ। ଏହାସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ଝଡପବନ ସମ୍ଭାବନା ରହିଛି।
୭ରୁ ୧୧ ସେଣ୍ଟିମିଟର ବର୍ଷା ନେଇ ପାଣିପାଗ ବିଭାଗ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗଳ, ଢେଙ୍କାନାଳ, କଟକ, ଯାଜପୁର ଓ ଭଦ୍ରକ।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1682241334.jpg)