Advertisment

ଆହୁରି୨-୩ ଦିନ ଯାଏ କୋହଲା ପାଗ, କାଲିଠୁ ବଢ଼ିପାରେ ବର୍ଷାର ପରିମାଣ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ବିଶେଷ ସମ୍ଭାବନା ନାହିଁ। ତେବେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାର ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଅଦ୍ୟତନ ହୋଇଛି
Rainfall Alert

Rainfall Alert

Advertisment

ଭୁବନେଶ୍ୱର: ଆଭ୍ୟନ୍ତରୀଣ ତାମିଲନାଡୁ ତଥା ପାର୍ଶ୍ୱବର୍ତ୍ତୀ ରୟାଲସୀମାରୁ ଉପକୂଳ ଆନ୍ଧ୍ରପ୍ରଦେଶ ଦେଇ ଆଭ୍ୟନ୍ତରୀଣ ଓଡିଶା ଯାଏ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ଲାଗି ରହିଛି। ରାଜ୍ୟରେ ‌ଆହୁରି ୨-୩ ଦିନ ଯାଏ କୋହଲା ପାଗ ରହିବ।

Advertisment

‌ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ବିଶେଷ ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାର ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତାକାଲି ଠାରୁ ଦକ୍ଷିଣ ଓଡିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଉପକୂଳ ଆନ୍ଧ୍ରପ୍ରଦେଶରେ ହୋଇଥିବା ବର୍ଷା ଗତ ୩୦ ବର୍ଷର ରେକର୍ଡ ଭାଙ୍ଗିଛି। ଲଗାଣ ବର୍ଷା ଯୋଗୁ ରାଜ୍ୟର ୧୩ଟି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ବିତ୍ପାତ ଯୋଗୁ ଏଯାଏଁ ୧୭ ଜଣଙ୍କ ମୃତ୍ୟୁ ଘଟିବା ସହ ୧୦୦ରୁ ଅଧିକ ନିଖୋଜ ଅଛନ୍ତି।

Advertisment
Rain In Odisha Rain Alert In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ