/odishatv-khabar/media/post_attachments/uploadimage/library/16_9/16_9_0/Rain_alert_1740019166.jpg)
Rain alert
ରାଜ୍ୟରେ ବଦଳିଲା ପାଗ । ବିଭିନ୍ନ ସ୍ଥାନରେ ଘଡଘଡି ସହ ହାଲୁକା ବର୍ଷା । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି । ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ପବନ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅଧିକ ପଢ଼ନ୍ତୁ: ବିଡିଏ-ବିଏମସି ବିବାଦ, ସାଧାରଣ ଲୋକେ ହନ୍ତସନ୍ତ
ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ୪ ଦିନ ପର୍ଯ୍ୟନ୍ତ ଝଡ଼ ବର୍ଷା ହୋଇପାରେ । ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପଶ୍ଚିମା ଝଡ଼ ସହ ଟ୍ରପଲାଇନ୍ ଯୋଗୁଁ ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ଓ ପବନ ସହ କୂଆପଥର ମାଡ଼କୁ ନେଇ ମଧ୍ୟ ସତର୍କତା ଜାରି କରାଯାଇଛି ।
ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ, ଯାଜପୁର ଓ ଢେଙ୍କାନାଳ। ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ପବନ ବହିବା ସହିତ କୁଆପଥର ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ସେହିପରି ବିଜୁଳି ଘଡ଼ଘଡ଼ି ବର୍ଷା ପାଇଁ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଅନୁଗୁଳ, ଦେବଗଡ଼ , ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ରୁ ୫ଦିନ ଯାଏଁ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)