• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଦିନେ ଦୁଇ ଦିନ ମଧ୍ୟରେ  ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତା’ପୂର୍ବରୁ ୩ ଘଣ୍ଟା ପାଇଁ ୧୧ ଜିଲ୍ଲାରେ ବର୍ଷା ନେଇ ସତର୍କ କରାଯାଇଛି । ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର), ଜଗତସିଂହପୁର, କେନ୍ଦ୍ରାପଡ଼ା , ଭଦ୍ରକ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ପୁରୁଣା ଭୁବନେଶ୍ବର, ଏୟାରପୋର୍ଟ, ଖଣ୍ଡଗିରିରେ ବର୍ଷା ହୋଇଛି । ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ସୂଚନା ମିଳିଛି ।

ଦିନେ ଦୁଇ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ତା’ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଛି । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସକାଳୁ ବର୍ଷା ହୋଇଛି । ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ମୌସୁମୀ ଅଗ୍ରସର ହେବାକୁ ଏହା ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ ବୋଲି କୁହାଯାଇଛି ।

ତେବେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ତାହାକୁ ନଜରରେ ରଖି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲା ପାଇଁ ଆଜି ହିଟ୍ ୱେଭ୍ ଜାରି କରାଯାଇଛି । ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ । ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ପରବର୍ତ୍ତୀ ସମୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷା ପରିମାଣ ବଢ଼ିବ ।

  • Reported by:
  • ATULYA BOUT