• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ବଙ୍ଗୋପସାଗରରେ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି । ଦୁଇ ଦିନ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ ସମେତ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ୨୫ରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ୨୪ ପଶ୍ଚିମ-ଦକ୍ଷିଣ ପଶ୍ଚିମ ମୁହାଁ ହେବ । ୨୪ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ: ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା

ଏହାର ପ୍ରଭାବରେ ଓଡ଼ିଶା ଉପରେ ଏକ ନିମ୍ନଚାପ ରେଖା ସୃଷ୍ଟି ହୋଇପାରେ । ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟକୁ ପ୍ରବେଶ ଯୋଗୁ ଉପକୂଳ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରେ ସର୍ବାଧିକ ୭୫ ମିଲିମିଟର୍ ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୫୧.୬ ଏବଂ କଟକରେ ରେକର୍ଡ କରାଯାଇଛି ୩୩.୪ ମିଲିମିଟର ବର୍ଷା ।

ପାଣିପାଗ ବିଭାଗ କହିଛି, ପୂର୍ବରୁ ଦକ୍ଷିଣ, ପଶ୍ଚିମରୁ ଆଭ୍ୟନ୍ତରୀଣ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତର ପ୍ରଭାବରେ ଆସନ୍ତାକାଲି ଯାଏଁ ବର୍ଷା ହେବ । ଏହା କ୍ରମେ ଦୁର୍ବଳ ହେବା ପରେ ବଦଳିବ ପାଣିପାଗର ମିଜାଜ । ଏପଟେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଘନ କୁହୁଡ଼ିର ସମ୍ଭାବନା ରହିଛି । ଦିନ ତାପମାତ୍ରା କମିଥିବା ବେଳେ ରାତି ତାପମାତ୍ରା ସ୍ୱଭାବିକଠୁ ଅଧିକ ରହିଛି ।

ଅମଳ ବେଳେ ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି । କଟା ହୋଇଥିବା ଧାନ, ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ । କ୍ଷେତ ମଝିରେ ପଡ଼ି ସୁନାର ଫସଲ ବରବାଦ୍ ହୋଇଛି । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ଆପଣ ଯୁଆଡ଼େ ଯାଆନ୍ତୁ ବିଲ ବାଡ଼ିରେ ବତୁରି ଯାଇଛି କଟା ହୋଇଥିବା ଧାନ । ୨ ଦିନର କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା, ଚାଷୀର ଭାତ ହାଣ୍ଡିକୁ ଉଜାଡ଼ି ଦେବା ପରେ ଏବେ ବୁଦ୍ଧିଶୂନ୍ୟ ହୋଇପଡ଼ିଛନ୍ତି ଚାଷୀକୂଳ ।

ଅଧିକ ପଢ଼ନ୍ତୁ: ଆଜିଠୁ ବଦଳିବ ପାଗର ମିଜାଜ୍; କମିବ ବର୍ଷା, ବଢିବ ଶୀତ

OTV is now on Whatsapp

Join and get latest news update delivered to you via whatsapp

Join Now