• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ବାତ୍ୟା ଅସାନି ପ୍ରଭାବରେ ପ୍ରବଳ ବର୍ଷା । ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରବଳ ବର୍ଷା ଜାରି ରହିଛି । ସମୁଦ୍ର ଅଶାନ୍ତ ହୋଇପଡ଼ିଥିବା ବେଳେ ଉପକୂଳ ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ତୁହାକୁତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।

ଆନ୍ଧ୍ରପ୍ରଦେଶ କ୍ରିଷ୍ଣା ଜିଲ୍ଲାରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ିବା ସହ ବିଦ୍ୟୁତ୍ ଖୁଣ୍ଟ ଉପୁଡିବା ସହ ମାନ୍ୟମ ଅଞ୍ଚଳରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହେବା ଫଳରେ ଯାତାୟାତରେ ବାଧାପ୍ରାପ୍ତ ହୋଇଛି ।

ଏହି ପରିସ୍ଥିତିର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌ ଜଗନ ରେଡ୍ଡୀ ବାତ୍ୟା ସ୍ଥିତି ସମୀକ୍ଷା କରିଛନ୍ତି । ଏହାସହ କୌଣସି ପରିସ୍ଥିତିରେ ମଧ୍ୟ ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ।

ସେହିପରି ଆନ୍ଧ୍ରପ୍ରଦେଶ ଗୋଦାବରୀରେ ପ୍ରବଳ ବର୍ଷା ପବନ ଲାଗି ରହିଛି । ଗୋଦାବରୀ ସହରରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ ବର୍ଷା ପବନରେ କାର୍ଯ୍ୟକ୍ରମର ଟେଣ୍ଟ ଉଡ଼ିଯାଇଛି ।

ଅନ୍ୟପକ୍ଷେ, ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶରେ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ଦକ୍ଷିଣ- ପଶ୍ଚିମ ଆଡ଼କୁ ଗତି କରୁଛି। ବାତ୍ୟା ଅସାନି ପ୍ରଭାବରେ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ସାଙ୍ଗକୁ ସମୁଦ୍ରରେ ସମୁଦ୍ର ଅଶାନ୍ତ ହେବା ସହ ସମୁଦ୍ରରେ ଉଚ୍ଚ ଜୁଆରଦେଖିବାକୁ ମିଳିଛି । ଫଳରେ ଉପକୂଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି । ସେହିପରି ବାତ୍ୟା ଅସାନି ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗ ଠାରୁ ୫୫୦ କିଲୋମିଟର ଦୂରରେ ଗତି କରୁଛି ବୋଲି ଆନ୍ଧ୍ରପ୍ରଦେଶ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।