• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଦଶହରା ମଉଜକୁ ପାଣିଚିଆ କରି ଦେଇଛି ଲଘୁଚାପ ବର୍ଷା । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଯୋଗୁଁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଗଞ୍ଜାମରେ ଲଗାଣ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲା କାକଟପୁରରେ ସର୍ବାଧିକ ୧୬୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ସେହିପରି ଅସ୍ତରଙ୍ଗରେ ୧୪୪, ବାଲିକୁଦାରେ ୧୪୦, ନୂଆଗାଁରେ ୧୩୨, ରାଜନଗରରେ ୧୨୦ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବର୍ଷା ହେଉଛି । ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ସେହିପରି ୫ ତାରିଖ ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୬ ତାରିଖରେ ବର୍ଷାର ପରିମାଣ କମିଲେ ମଧ୍ୟ ଆଉ ୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।