ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ରୁ ୫ ଦିନ ଧରି ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏଥିପାଇଁ ଆସନ୍ତା ୨୪ ଘଣ୍ଟା ଲାଗି ରାଜ୍ୟର ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବରଗଡ଼ ଓ ରାୟଗଡ଼ା। ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ପ୍ରାୟ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।