Advertisment

ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୭ ଯାଏ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୧୭ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
Rain Likely In Odisha

Rain Likely In Odisha

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୧୭ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  

Advertisment

ଓଟିଭିକୁ ଦେଇଥିବା ସାକ୍ଷାତକାରରେ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଗତି କରି ୧୫ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ କେନ୍ଦ୍ରୀଭୂତ ହେବ। ଏହାର ପ୍ରଭାବରେ ଆଜିଠାରୁ ୧୭ ତାରିଖ ଯାଏ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

ବିଶେଷ କରି ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇପାରେ। ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟା ରୂପ ନେବ ନାହିଁ। କେବଳ ଲଘୁଚାପ କ୍ଷେତ୍ର ହୋଇ ଉପକୂଳ ଅତିକ୍ରମ କରିବ ଓ ବର୍ଷା ହେବ। ଉପକୂଳରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ। 

Advertisment
Odisha Low Pressure Rainfall Alert
Advertisment
Advertisment