Advertisment

ବର୍ଷା ଆଣିଲା ଆଶ୍ୱସ୍ତି; କମିଲା ତାତି, କିଛି ଜିଲ୍ଲାରେ କୁଆପଥର ମାଡ଼

୨୧ଦିନପରେ ବଦଳିଲା ପାଗ । ଅସହ୍ୟ ଖରା ଓ ତାତିରୁ ମିଳିଲା ଆଶ୍ୱସ୍ତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି ।

ଅଦ୍ୟତନ ହୋଇଛି
Rain In Oddisha

Weather

Advertisment

୨୧ଦିନପରେ ବଦଳିଲା ପାଗ । ଅସହ୍ୟ ଖରା ଓ ତାତିରୁ ମିଳିଲା ଆଶ୍ୱସ୍ତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି । ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେଉଛି । ନୟାଗଡ଼ରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ମାଡ଼ ସହ ବର୍ଷା ହୋଇଛି ।

Advertisment

ସେହିପରି ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ଓ ପୁରୀ ଜିଲ୍ଲାରେ ବୈଶାଖୀ ଜନିତ ବର୍ଷା ହୋଇଛି । ସେପଟେ ଓଡ଼ିଶା ଉପରେ ଥିବା ଟ୍ରାପ ଲାଇନ ପ୍ରଭାବରେ ଆସନ୍ତାକାଲି ଠାରୁ ପୂରା ଓଡ଼ିଶାକୁ ଭିଜାଇବ କାଳବୈଶାଖୀ ଜନିତ ବର୍ଷା । କାଲିଠାରୁ ବର୍ଷାର ପ୍ରଭାବ ରହିଥିଲେ ମଧ୍ୟ ୭ ରୁ ୯ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବ ବିଚ୍ଛୁରିତ ବର୍ଷା ।

ଅଧିକ ପଢ଼ନ୍ତୁ: ତାତିରୁ ମିଳିପାରେ ଆଶ୍ୱସ୍ତି, ଆଗାମୀ ୪ ଦିନ ଯାଏ କାଳବୈଶାଖୀ ସମ୍ଭାବନା

Advertisment

ଆସନ୍ତାକାଲି ପାଇଁ ଗଞ୍ଜାମ, ଗଜପତି, ନୟାଗଡ଼, କେଉଁଝର, ମୟୂରଭଞ୍ଜ, ଏବଂ ବାଲେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୮ ଏବଂ ୯ ତାରିଖରେ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Advertisment

୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା ସମ୍ଭାବନା ରହିଛି। ୭ ତାରିଖରୁ ବଢିବ ବର୍ଷା ବିସ୍ତୃତି । ୭ ଓ ୮ ତାରିଖରେ ଅଧିକ ରହିବ ବର୍ଷାର ପରିମାଣ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଆଜି ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, ଗଂଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଉତ୍ତର ଉପକୂଳ ଓଡ଼ିଶା-ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ରହିବା ସମ୍ଭାବନା ରହିଛି । ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା । କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ ।

ଅଧିକ ପଢ଼ନ୍ତୁ: ପୁଣି ରାଜ୍ୟରେ ତାତି ଛୁଇଁଲା ୪୫ ଡିଗ୍ରୀ

ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି । ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Rain In Odisha Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ