Advertisment

୪/୫ ଦିନ ମେଘୁଆ ପାଗ ସହ ବର୍ଷା ସମ୍ଭାବନା

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୪/୫ ଦିନ ମେଘୁଆ ପାଗ ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
rainfall

rainfall

Advertisment

ଭୁବନେଶ୍ୱର: ତାମିଲନାଡୁ ଠାରୁ ଦକ୍ଷିଣ ଆନ୍ଧ୍ର ଉପକୂଳ ଦେଇ ଉତ୍ତର ଓଡ଼ିଶା ଯାଏ ଏକ ଟ୍ରପଲାଇନ୍ ଲମ୍ବିଛି। ଏହି ଟ୍ରପ୍‌ ଲାଇନ୍‌ ଏବେ ସକ୍ରିୟ ରହିଛି। ଧିରେ ଧିରେ ଏହା ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। 

Advertisment

ଏହାର ପ୍ରଭାବରେ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ୧୭୬ ମି.ମି., ବେଲଗୁଣ୍ଠାରେ ୧୨୩.୩ ମି.ମି.,ଭଞ୍ଜନଗର ଓ ଦିଗପହଣ୍ଡିରେ ୧୧୯ ମି.ମି., ପୁରୀରେ ୧୨୪ ମି.ମି. ବର୍ଷା ରେକର୍ଡ କରାଯାଇଛି। 

ଥାଇଲାଣ୍ଡ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାବେଳେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିପାରେ। ୧୫ ତାରିଖ ବେଳେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏହା ଅବପାତ ହୋଇପାରେ। ୧୭ ତାରିଖ ପରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୪/୫ ଦିନ ମେଘୁଆ ପାଗ ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୯ ଜିଲ୍ଲା ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। 

Rainfall Alert Heavy Rainfall Warning Heavy Rainfall In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ