• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବଢିବ ବର୍ଷାର ବିସ୍ତୃତି । ବର୍ଷାରେ ଭିଜିପାରେ ଗଣେଶ ପୂଜା । ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଗଂଜାମ, ଗଜପତି, ରାୟଗଡା, କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଏଥିସହ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ମୟୂରଭଂଜ, କଳାହାଣ୍ଡି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।