Advertisment

ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ଏହି ୨ ଦିନ ପ୍ରବଳ ବର୍ଷିପାରେ

ଆସନ୍ତା ୧୬ ଓ ୧୭ ତାରିଖରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall Alert

Advertisment

ଭୁବନେଶ୍ୱର: ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲି ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଧିରେ ଧିରେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇପାରେ। 

Advertisment

୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।  

ସେପଟେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇ ଏବେ ତାମିଲନାଡୁର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ସକ୍ରିୟ ରହିଛି। ସେହି ଅଞ୍ଚଳରୁ ଗୋଟିଏ ଟ୍ରପ୍‌ ଲାଇନ୍ ଓଡ଼ିଶା ଯାଏ ଲମ୍ବିଥିବାରୁ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେଉଛି।

Advertisment

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ମେଘୁଆ ପାଗ ଲାଗି ରହିଛି। ତେବେ ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଓ ଛତ୍ରପୁରରେ ଗତ ୨୪ ଘଣ୍ଟାରେ ଅଧିକ ବର୍ଷା ହୋଇଛି। ଆଜି ଓ ଆସନ୍ତାକାଲି ପାଇଁ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ୯ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ଏହି ୯ ଜିଲ୍ଲା ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼
ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା।

Weather Forecast Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ