rain
ଆସନ୍ତାକାଲିଠୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଦୁଇ ଦିନ ଧରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡରେ ବର୍ଷା ସହ ଘଡଘଡି ହୋଇପାରେ । ୪ ତାରିଖରେ ବର୍ଷା ଟିକେ ବଢିବ ବୋଲି ଜଣାପଡ଼ିଛି । ଉତ୍ତର ଓଡ଼ିଶାରେ ଅଧିକାଂଶ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ ।
କେନ୍ଦ୍ର ତେବେ ୫ ତାରିଖ ବେଳକୁ ପାଗ ଶୁଖିଲା ରହିବ । ଏପଟେ ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ କୁହୁଡି ପଡିପାରେ । ସେସବୁ ଜିଲ୍ଲାଗୁଡିକ ହେଲା ରାୟଗଡା, ଗଜପତି, କୋରାପୁଟ, ମାଲକାନଗିରି, ଗଞ୍ଜାମ ଏବଂ କନ୍ଧମାଳ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସେପଟେ ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡ଼ି ସକାଳୁ ସକାଳୁ ଭୁବନେଶ୍ୱରରେ ଘନ କୁହୁଡ଼ି ଦେଖାଦେଇଛି ଫଳରେ ଯାତାୟାତରେ ବାଧାପ୍ରାପ୍ତ ହୋଇଛି ସକାଳୁ ସକାଳୁ ଘନ କୁହୁଡ଼ି ଯୋଗୁଁ ରାସ୍ତାରେ ଗାଡ଼ି ଚଳାଚଳରେ ସମସ୍ୟା ସୃଷ୍ଟି ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain_1643767752.jpg)