Advertisment

IMD Rain Forecast: ୭ ଦିନ ପ୍ରବଳ ବର୍ଷା ! ବାତ୍ୟା ନେଇ ଏମିତି କହିଲା ପାଣିପାଗ ବିଭାଗ

ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । କିଛି ସ୍ଥାନରେ ପବନର ବେଗ ୪୦ରୁ ୫୦ କିମି ରହିବ । ବାତ୍ୟା ଗୁଜବ ଉପରେ ବିଶ୍ୱାସ ନ କରିବାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି ।

ଅଦ୍ୟତନ ହୋଇଛି
Rain alert for Odisha

Rain alert for Odisha

Advertisment

ରାଜ୍ୟକୁ ଆସୁଛି ବଡ଼ ବର୍ଷା । ଆଗାମୀ ସପ୍ତାହେ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ଏଥିସହ ବହିବ ଝଟକା ପବନ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ କିଛି କିଛି ସ୍ଥାନରେ ଝଟକା ପବନର ବେଗ ୪୦ରୁ ୫୦ କିଲୋମିଟର ଯାଏଁ ରହିପାରେ । ୩୧ ତାରିଖ ଯାଏଁ ରାଜ୍ୟରେ ଏମିତି ବଜ୍ରପାତ ସହ ଝଡ଼ବର୍ଷା ଲାଗି ରହିବ ।

Advertisment

ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଉତ୍ତର ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ । ଏ ନେଇ ଅପପ୍ରଚାର କରାଯାଉଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।

ଅନ୍ୟପଟେ ଓଡ଼ିଶାକୁ ମୌସୁମୀ ଆସିବାକୁ କିଛି ସମୟ ଲାଗିବ। ଦକ୍ଷିଣ ଭାରତ ଓ ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ମୌସୁମୀ ପହଞ୍ଚିବା ପରେ ଓଡ଼ିଶାକୁ ମୌସୁମୀ ଆସିବ । ଏ ନେଇ ଆଗକୁ ସ୍ପଷ୍ଟ ସୂଚନା ଦିଆଯିବ ବୋଲି ସେ କହିଛନ୍ତି ।

Advertisment

ଅଧିକ ପଢ଼ନ୍ତୁ: ଦାନା ବାନ୍ଧୁଛି ଲଘୁଚାପ; ୩୦ ପର୍ଯ୍ୟନ୍ତ ପ୍ରବଳ ଛେଚିବ

ସୋମବାର ଲଘୁଚାପ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ଓ ମାଲକାନଗିରିରେ ଘଡଘଡି ଓ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ ।

ମଙ୍ଗଳବାର ୨୭ ତାରିଖ ଦିନ ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଏହା ବ୍ୟତୀତ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ନୟାଗଡ, ଖୋର୍ଦ୍ଧା, ପୁରୀରେ ବର୍ଷା ଓ ଘଡଘଡି ହେବାର ସମ୍ଭାବନା ଥିବା ବେଳେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Advertisment

ସେହିପରି ୨୮ ଓ ୨୯ ତାରିଖରେ ଓଡିଶା ଉପକୂଳ ଅଞ୍ଚଳ ଓ ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ଆକଳନ କରିଛି ।

ଅଧିକ ପଢ଼ନ୍ତୁ:୪ ଦିନ ଯାଏଁ ଝଡ଼ବର୍ଷା : ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Odisha Weather Weather Update Odisha Monsoon Rain Alert In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ