Advertisment

ଆହୁରି ୩ ଦିନ ବର୍ଷିବ; ଆଜି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଟ୍ରାପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । କାଲି ଅଧିକ ଛେଚିବ, ୧୯ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା ।

author-image
Sujit kumar Swain
ଅଦ୍ୟତନ ହୋଇଛି
Odisha Rain Updates: Rain To Lash Odisha For Next 3 Days

Weather Update

ଟ୍ରପ୍ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ। କିଛି ସ୍ଥାନରେ ମୂଷଳଧାରାରେ ବର୍ଷିପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

ସେସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତାକାଲି ବି ଜାରି ରହିବ ପ୍ରଭାବ। କାଲି ୧୯ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ।

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ! ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

Advertisment

ଏଥିରୁ ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି। ୮ ତାରିଖରେୁ କମିବ ପରିମାଣ। ଚଳିତ ମୌସୁମୀ ସିଜିନରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ବାଭାବିକ ତୁଳନାରେ ୧୧ ପ୍ରତିଶତ କମ୍ ବୃଷ୍ଟିପାତ ହୋଇଛି। 

ଯଦି ଆବଶ୍ୟକ ପଡ଼େ ତେବେ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC । ସେପଟେ ଏଯାଏଁ ସ୍ୱାଭାବିକ ରହିଛି ମୌସୁମୀ ବର୍ଷା । ଜୁନରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ଜୁଲାଇରେ ଭରପୂର ବର୍ଷିଛି । ପ୍ରାୟ ୯ ପ୍ରତିଶତ ଅଧିକ ବର୍ଷା ହୋଇଥିବା ସୂଚନା ଦେଇଛନ୍ତି IMD ଡିଜି ।

Rainfall Alert Weather Update
Advertisment
Advertisment