Advertisment

ସତର୍କ ରୁହନ୍ତୁ ! ଆଜି ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert For Odisha

Rainfall Alert For 13 Districts Of Odisha

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ ଭାବେ ଉପକୂଳ ଓଡ଼ିଶା ରେ ବର୍ଷା ହେବା ଆଶଙ୍କା ଥିବା ପାଣିପାଗ ବିଭାଗ ଆକଳନ କରିଛି। 

Advertisment

ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡାକଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। 

Advertisment

ଆସନ୍ତା ୨୮ ତାରିଖରେ ମଧ୍ୟ କିଛି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Weather Update Rainfall Alert
Advertisment
Advertisment