Rainfall Alert For 13 Districts Of Odisha
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ ଭାବେ ଉପକୂଳ ଓଡ଼ିଶା ରେ ବର୍ଷା ହେବା ଆଶଙ୍କା ଥିବା ପାଣିପାଗ ବିଭାଗ ଆକଳନ କରିଛି।
ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଆସନ୍ତା ୨୮ ତାରିଖରେ ମଧ୍ୟ କିଛି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1679891372.jpg)