/odishatv-khabar/media/post_attachments/uploadimage/library/16_9/16_9_0/____1679108045.jpg)
Rainfall Alert For 9 Districts Of Odisha
ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Advertisment
ବିଜୁଳି ଓ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛିା ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ ପୁରୀ।
ସେହିପରି କଟକ, ଯାଜପୁର ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି ହୋଇଛିା ଏହି ୩ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା(୭ରୁ ୧୧ ସେ.ମି.) ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏପରିକି ଏସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରରେ ପବନ ବହିପାରେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)