Rainfall Alert
ରାଜ୍ୟରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ଆଜିଠୁ ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାକୁ ଥିବାବେଳେ ୨ ଦିନ ପରେ ଧିରେ ଧିରେ ତାପମାତ୍ରା ବଢ଼ିପାରେ। ୩ରୁ ୫ଡିଗ୍ରୀ ତାପମାତ୍ରା ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଅନ୍ୟପକ୍ଷେ, ଆସନ୍ତା ୯ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଏହି ବର୍ଷା ହୋଇପାରେ। ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ସେହିପରି ୧୦ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1638250914.jpg)