Advertisment

ଆଜିଠୁ ବର୍ଷିବ ! ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

ଆଜିଠୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rain Alert

Rain Alert

ଆଜିଠୁ ବଦଳିବ ପାଗ। ଆଜିଠୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

ସେହିପରି ଆସନ୍ତାକାଲି ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ଉତ୍ତର ଓଡ଼ିଶାର ୧୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାବେଳେ ୯ ଜିଲ୍ଲାରେ କୁଆପଥର ବର୍ଷା ନେଇ ସତର୍କ କରାଯାଇଛି। ରାଜ୍ୟରେ ପଶ୍ଚିମା ଝଡ଼ ତଥା ବଙ୍ଗୋପସାଗରରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟ ବାଷ୍ପର ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

Rain Alert Rain In Odisha
Advertisment
Advertisment