• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କାଳବୈଶାଖୀ ପ୍ରଭାବରେ ଆକାଶ ମେଘୁଆ ରହିଥିବାରୁ ଖରା ଓ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ୪ ଦିନ ପରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି।

ଆଜି ୧୦ ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ମୟୂରଭଂଜ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ। 

ସେପଟେ ୫ ତାରିଖରୁ ୧୧ ତାରିଖ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ ବଙ୍ଗୋପସାଗର ଓ ଶ୍ରୀଲଙ୍କା ନିକଟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।