Advertisment

କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କବାଣୀ !

ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ।

ଅଦ୍ୟତନ ହୋଇଛି
Odisha Rainfall Alert

Rainfall Alert For Various Districts Of Odisha Today

Advertisment

ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କାଳବୈଶାଖୀ ପ୍ରଭାବରେ ଆକାଶ ମେଘୁଆ ରହିଥିବାରୁ ଖରା ଓ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ୪ ଦିନ ପରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି।

Advertisment

ଆଜି ୧୦ ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ମୟୂରଭଂଜ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ। 

Advertisment

ସେପଟେ ୫ ତାରିଖରୁ ୧୧ ତାରିଖ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ ବଙ୍ଗୋପସାଗର ଓ ଶ୍ରୀଲଙ୍କା ନିକଟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

Weather Update Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ