Advertisment

୨୪ ଘଣ୍ଟାରେ ୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert For Odisha

Rainfall Alert In 5 Districts Of Odisha

ରାଜ୍ୟରେ ହଠାତ୍‌ ବଦଳିଗଲା ପାଣିପାଗ। ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ, କେନ୍ଦୁଝର, ଦେଓଗଡମୟୂରଭଞ୍ଜବାଲେଶ୍ୱର ଜିଲ୍ଲା ରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Advertisment

ଏହି ୫ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସକ୍ରିୟ ପଶ୍ଚିମା-ଝଡ଼ ପ୍ରଭାବରେ ମୟୁରଭଞ୍ଜ ଜିଲ୍ଲା ଜାମାଡାରେ ୨ମି.ମି. ଏବଂ ବାହାଲଦାରେ ୨.୬ ମି.ମି. ବର୍ଷା ରେକର୍ଡ କରାଯାଇଛି।

ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିଛି। 

Advertisment

Rain In Odisha Rainfall Alert
Advertisment
Advertisment