Rainfall Alert In Odisha
ରାଜ୍ୟରେ ଏବେ ବିଶେଷ ଖରାର ପ୍ରଭାବ ନାହିଁ। ତେବେ ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିପାରେ। ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ। ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ୩୮ କିମ୍ବା ୩୯ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା ପରେ ପୁଣି ତାପମାତ୍ରା ଖସିବ।
ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ୧୫ ତାରିଖରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଗତକାଲି ମଧ୍ୟ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ୧୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1678588290.jpg)