Advertisment

ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ !

୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
Rainfall Alert

Rainfall Alert

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୨୪ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। 

Rain In Odisha Rainfall Alert Weather In Odisha
Advertisment
Advertisment