Rainfall Alert Likely In 19 Districts Of Odisha
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର। ଏସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସୂଚନାଥାଉ କି, ପୂର୍ବ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶାର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୧.୫କି.ମି. ଏବଂ ୫.୮ କି.ମି. ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ବାୟୁମଣ୍ଡଳରେ ଦକ୍ଷିଣ ଆଡକୁ ଢଳିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1655960150.jpg)