Rainfall Alert- Orange Warning For 7 Odisha Districts
ରାଜ୍ୟରେ ଆହୁରି ତିନି ଦିନ ବର୍ଷା ଲାଗି ରହିବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଏବଂ ବରଗଡ ଜିଲ୍ଲା ପାଇଁ ଅରେଂଜ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପଟେ ଜଳପ୍ରବାହ ବଢୁଥିବାରୁ ହୀରାକୁଦର ଆଉ ଦୁଇଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ମୋଟ୍ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ପୂର୍ବରୁ ଜଳଭଣ୍ଡାରର ୫ଟି ଗେଟ୍ ଖୋଲାଥିବା ବେଳେ ଆଜି ସକାଳୁ ପ୍ରଥମେ ୩ଟି ଗେଟ୍ ଖୋଲିଥିଲା ତେବେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ପରେ ଆଉ ଦୁଇଟି ଗେଟ୍ ଖୋଲାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1658457453.jpg)