/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697874593.jpg)
Weather Forecast
ଭିଜିବ ଦଶହରା । କାଲି ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । କ୍ରମଶ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ପରେ ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ ।
Advertisment
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୨୨ରେ ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ସେହିଭଳି ୨୪ ତାରିଖରେ ମଧ୍ୟ ଉପକୂଳ ସମେତ ଅନ୍ୟ ଜିଲ୍ଲାରେ ବି ବର୍ଷା ସମ୍ଭାବନା ରହିଛି। ...
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)