Advertisment

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଦଶହରା ଓ ଭସାଣକୁ ଭିଜେଇବା ଆଶଙ୍କା

ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ....ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି...ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା...

Weather Forecast

Weather Forecast

Advertisment

ଭିଜିବ ଦଶହରା । କାଲି ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । କ୍ରମଶ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ପରେ ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ ।

Advertisment

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୨୨ରେ ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିଭଳି ୨୪ ତାରିଖରେ ମଧ୍ୟ ଉପକୂଳ ସମେତ ଅନ୍ୟ ଜିଲ୍ଲାରେ ବି ବର୍ଷା ସମ୍ଭାବନା ରହିଛି। ...

Advertisment
Odisha Weather News Weather News Rainfall Alert Heavy Rain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ