Advertisment

୯ ଜିଲ୍ଲାରେ ଛେଚିବ ! ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ... ଆସନ୍ତାକାଲି ସାମାନ୍ୟ କମିବ ବର୍ଷାର ପରିମାଣ

author-image
Prangyan Parimita
ଅଦ୍ୟତନ ହୋଇଛି
Odisha Rainfall Alert

rainfall

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି ।

Advertisment

ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ। ଅଧିକାଂଶ ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ସେହିପରି ୨୩, ୨୪ ଓ ୨୫ ତାରିଖରେ ବର୍ଷା ପରିମାଣ କମିଲେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।...

Weather Update Rainfall Alert
Advertisment
Advertisment