Advertisment

ଆହୁରି ୨ ଦିନ ତାଣ୍ଡବ ରଚିବ ପଶ୍ଚିମା ଝଡ଼ ! ଆଜି ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା...

ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Alert For Odisha

Rainfall Likely Continue In Odisha For Next 2 Days

ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ରୁ ୫୦ କି.ମି. ପବନ ବହିବା ସମ୍ଭାବନା ରହିଛି।

Advertisment

ଆଜି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝରମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମକନ୍ଧମାଳ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୨୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

Advertisment
Rain In Odisha Rainfall Alert
Advertisment
Advertisment