Rainfall Likely Continue In Odisha For Next 2 Days
ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ରୁ ୫୦ କି.ମି. ପବନ ବହିବା ସମ୍ଭାବନା ରହିଛି।
ଆଜି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୨୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1679279218.jpg)