Advertisment

ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଆଜି ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Alert

Rainfall Alert

ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବଢ଼ିବ ଶୀତ। ଆସନ୍ତା ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା। ଆଜି ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Advertisment

କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ସେହିପରି ଘନ କୁହୁଡ଼ି ନେଇ ୮ଟି ଜିଲ୍ଲାକୁୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହୋଇପାରେ।

Advertisment
Rain In Odisha Rainfall Alert
Advertisment
Advertisment