Advertisment

୯ ଜିଲ୍ଲାରେ ଦୁଇ ଦିନ ବର୍ଷିବ !

ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ପ୍ରଭାବରେ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ।

Rainfall Alert

Rainfall Alert

Advertisment

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ଓ ଆସନ୍ତାକାଲି ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗୀର,କଳାହାଣ୍ଡି  ଓ ନୁଆପ଼ଡା। ଏସବୁ ଜିଲ୍ଲାର କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ପ୍ରଭାବରେ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

Advertisment

ସେପଟେ ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ ଓ ତା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଗତ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣରେ ବର୍ଷା ଅନୁଭୁତ ହୋଇଛି। ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ବ୍ୟାପିଛି। 

Advertisment

ମୟୂରଭଂଜରେ ଲଘୁଚାପ ଜନିତ ଲଗାଣ ବର୍ଷାରେ କ୍ଷୟକ୍ଷତି ସ୍ଥିତି ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ। କ୍ଷୟକ୍ଷତି ସଂପର୍କରେ ହୋଇଥିବା ପ୍ରାଥମିକ ଆକଳନକୁ ନେଇ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଛନ୍ତି  ଏବଂ ୧୦ ଦିନ ମଧ୍ୟରେ ସଂପୂର୍ଣ୍ଣ ତଥ୍ୟ ସଂଗ୍ରହ କରି ଏସ୍ଆରସିଙ୍କୁ ରିପୋର୍ଟ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।ଲଘୁଚାପ ଜନିତ ବର୍ଷା ଯୋଗୁଁ ମୟୁରଭଞ୍ଜ ଜିଲ୍ଲାର ୨୨ଟି ବ୍ଲକ, ୧୨୭ଟି ପଞ୍ଚାୟତର ୩୯୬ ଟି ଗାଁ ପ୍ରଭାବିତ ହୋଇଛି। ଏଥିସହ ବାରିପଦା ପୌରପାଳିକାର ୫ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୪୮୩ ଘର ଭାଙ୍ଗିଛି। ସେହିପରି ମୋଟ ୨ ହଜାର ଶହେ ୨୦ ହେକ୍ଟର ଚାଷ ଜମି ନଷ୍ଟ ହୋଇଛି।

Weather Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ