Advertisment

ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ: ୧୮ ସନ୍ଧ୍ୟାରୁ ବର୍ଷିବ !

୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall Alert

Advertisment

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ(IMD)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Advertisment

ଆଇଏମ୍‌ଡି ଡିଜିଙ୍କ ସୂଚନା ଅନୁସାରେ, ‘ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶୀରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଜି ଓ ଆସନ୍ତାକାଲି ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ।’

‘ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ରୁ ୧୨ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ’ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।

Advertisment

ସୂଚନାଥାଉ କି, ନିକଟରେ ପୂର୍ବକେନ୍ଦ୍ରୀୟ ଓ ଏହା ତତ୍‌ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା। ଏଥିଯୋଗୁ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇଥିବା ବେଳେ କ୍ଷୟକ୍ଷତି ମଧ୍ୟ ହୋଇଥିଲା। 

Advertisment

ଅନ୍ୟପକ୍ଷେ, ଆଜି ଅପରାହ୍ଣରେ ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ ଖୋଲିଛି। ଏବେ ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।  ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି। ଆଜି ସକାଳ ୭ଟାରେ ହୀରାକୁଦ ଜଳସ୍ତର ୬୨୮.୪୧ ଫୁଟ ଥିଲା। ୮ଟାରେ ଏହା ବୃଦ୍ଧି ପାଇ ୬୨୮.୪୫ ଫୁଟ ଓ ୯ଟାରେ ୬୨୮.୫୦ ଫୁଟ ହୋଇଥିଲା। ୧୦ଟାରେ ଜଳସ୍ତର ୬୨୮.୫୬ ଫୁଟ ଓ ୧୧ଟାରେ ୬୨୮.୬୨ ଫୁଟ ଥିଲା। 

Weather Alert Weather Forecast Odisha Heavy Rainfall Alert Weather Update In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ