/odishatv-khabar/media/post_attachments/uploadimage/library/16_9/16_9_0/IMAGE_1687056690.jpg)
Rainfall Likely In Odisha On June 21
ସାରା ରାଜ୍ୟରେ ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି। ପାଣିପାଗ ବିଭାଗ ପୂର୍ବାନୁମାନ ନୁସାରେ, ୧୯ ତାରିଖ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କଲବଲ କରିବ ଭୀଷଣ ଗ୍ରୀଷ୍ମ ପ୍ରବାହ। ତେବେ ପରବର୍ତ୍ତୀ ୨ ଦିନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ।
୨୦ ତାରିଖରେ କେବଳ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଓ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁନ୍ ୨୧ ତାରିଖରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ମେଘୁଆ ପାଗ ଓ ବର୍ଷା ସମ୍ଭାବନା ରହିଛି। ଏଥିସହ ୨୧ କିମ୍ବା ୨୨ ତାରିଖରେ ଓଡ଼ିଶାର କିଛି ସ୍ଥାନରେ ମୌସୁମୀ ବର୍ଷା ହୋଇପାରେ।
ସେପଟେ ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ କାରଣରୁ ତଥା ଅଂଶୁଘାତରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ରାଜ୍ୟରେ ଅଂଶୁଘାତ ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର କରିଥିବା ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି। ତେବେ ସେହି ୨୦ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ ନା ଆଉ କେଉଁ କାରଣ, ସେନେଇ ତଦନ୍ତ କରାଯାଉଥିବା ବେଳେ ବାଲେଶ୍ୱର ଜିଲ୍ଲାରେ ଅଂଶୁଘାତରେ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।
ତଥାପି ଘଟଣା ସମ୍ପର୍କରେ ବାଲେଶ୍ୱର ଜିଲ୍ଲାପାଳ ତଦନ୍ତ କରୁଛନ୍ତି। ତେବେ ଅଂଶୁଘାତରେ ମୃତ୍ୟୁ ହେଲେ ସରକାର ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କାର ଆର୍ଥିକ ଅନୁକମ୍ପା ଦେବାକୁ ଘୋଷଣା କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)