Rainfall To Lash Odisha Today, Dense Fog Witnessed In Several Parts Of State
ରାଜ୍ୟରେ କିଛି ସ୍ଥାନରେ ଆଜି ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁରର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୧, ୧୨ ଓ ୧୩ ତାରିଖରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବ ।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡି ପଡିବା ସମ୍ଭାବନା ରହିଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କିଛି ସ୍ଥାନରେ ହାଲୁକା କୁହୁଡ଼ି ମଧ୍ୟ ଅନୁଭୂତ ହୋଇଛି ।
ଏହାସହ କଟକ ଓ ଭୁବନେଶ୍ୱରରେ ମଧ୍ୟ ଆଜି ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ହ୍ରାସ ପାଇବାରୁ ଯାତାୟାତରେ ସମସ୍ୟା ଦେଖାଦେଇଛି । ପଟିଆ, ଚନ୍ଦ୍ରଶେଖରପୁର, ରସୁଲଗଡ଼, ମଞ୍ଚେଶ୍ୱର ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି ସେହିପରି କଟକରେ ମଧ୍ୟ ଘନ କୁହୁଡ଼ି ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)