/odishatv-khabar/media/post_attachments/uploadimage/library/16_9/16_9_0/IMAGE_1712627520.jpg)
Weather Update
ବଦଳିଛି ପାଗର ମିଜାଜ୍ । ତାତିରୁ ମିଳିଛି ସାମୟିକ ମୁକ୍ତି । ଏବେ ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିଭଳି ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ସେଭଳି ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।
ଗତକାଲି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି । ସେପଟେ ଗଛମୂଳେ ଆଶ୍ରୟ ନେଇଥିବା ବେଳେ ପ୍ରାଣ ନେଇଛି ବଜ୍ରପାତ । ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅସରଡା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।
ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ଦୁଇ ଜଣ ହେଲେ ଆନ୍ଧ୍ରପ୍ରଦେଶ ମୁଚିମପୁଟ ଥାନା ଅନ୍ତର୍ଗତ ଅସରଡ଼ା ଗାଁର ପାଙ୍ଗି ସୁକଦେବ ଏବଂ ମାଲକାନଗିରି ଜିଲ୍ଲା ପେପରମେଟାଲ ଗାଁର ଖରା ସୀତାରାମ । ହଠାତ ଘଡ଼ଘଡ଼ି ସହ ବର୍ଷା ହେବାରୁ ଉଭୟେ ଗଛମୂଳକୁ ଯାଇ ଆଶ୍ରୟ ନେଇଥିଲେ । ଏହି ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ମୃତ ଖରା ସୀତାରାମ ଅସରଡ଼ା ଗାଁକୁ ଅତିଥି ଭାବେ ଆସିଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)