• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ବର୍ଷାରେ ଭୁଶୁଡ଼ିଲା ଭୁବନେଶ୍ୱର ରସୁଲଗଡ ଦୁର୍ଗା ପୂଜା ଲାଇଟ ଗେଟ । ୩୦ ଫୁଟ ଉଚ୍ଚର ଏହି ଗେଟ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡିଛି । ଅପରାହ୍ନରେ ହୋଇଥିବା ବର୍ଷାର ପ୍ରଭାବରେ ଏଭଳି ହୋଇଥିବା କହିଛନ୍ତି ପୂଜା କର୍ମକର୍ତ୍ତା । ସେପଟେ ଆଗାମୀ ଦୁଇ ଘଣ୍ଟା ପାଇଁ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ଆଲର୍ଟ ଜାରି । ପାଣିପାଗ ବିଭାଗ ଦେଲା ଅରେଞ୍ଜ ଆଲର୍ଟ । ସେହିପରି ଘଡ଼ଘଡ଼ି ସହ ବର୍ଷା ନେଇ ୧୦ ଜିଲ୍ଲାକୁ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ । ପୁରୀ, ବାଲେଶ୍ୱର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼, ଯାଜପୁରକୁ ଜାରି ହେଲା ଆଲର୍ଟ । କଟକ, ଢେଙ୍କାନାଳ, ଗଞ୍ଜାମ, ଖୋର୍ଦ୍ଧା ଓ କୋରାପୁଟକୁ ମଧ୍ୟ ୟେଲୋ ଆଲର୍ଟ ।

ସେହିପରି ପୂଜାରେ ବର୍ଷା ସମ୍ଭାବନା ନଥିବା ସୂଚନା ମିଳିଛି । ତେବେ ଆସନ୍ତା ଦୁଇ ଦିନ ଭିତରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏ ସପ୍ତାହରେ କୌଣସି ଜିଲ୍ଲାରେ ବଡ଼ ବର୍ଷା ଭୟ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ବର୍ତ୍ତମାନ ବାୟୁମଣ୍ଡଳରେ ଆଦ୍ରତା ରହୁଥିବାରୁ ଦିନ ସମୟରେ ବେଶୀ ଗୁଳୁଗୁଳି ଅନୁଭୂତ ହେଉଛି । ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଥିବାରୁ ଗୁଳୁଗୁଳି ଏବଂ ଗରମ ଅନୁଭୂତ ହେଉଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ଏହାସହ ଓଡ଼ିଶାରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହେବ ବୋଲି ବିଭାଗ ପୂର୍ବାନୁମାନ କରିଥିବା ବେଳେ ବର୍ତ୍ତମାନ ମୌସୁମୀ ଫେରିବା ପାଇଁ ପାଗ ଅନୁକୂଳ ହୋଇନାହିଁ । ବାୟୁମଣ୍ଡଳରେ ଯଥେଷ୍ଟ ପରିମାଣର ଆର୍ଦ୍ରତା ରହୁଥିବାରୁ ମୌସୁମୀ ଅପସରିବାର ବାଟ ଫିଟିନାହିଁ ବୋଲି କହିଛି ବିଭାଗ । ଏବେବି ୭୦ରୁ ୯୦ ପ୍ରତିଶତ ରାଜ୍ୟରେ ଆଦ୍ରତା ଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି ।

OTV is now on Whatsapp

Join and get latest news update delivered to you via whatsapp

Join Now